BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b)

Pradeep Kumar Moharana

By Pradeep Kumar Moharana

in

Question 1.
ନିମ୍ନଲିଖତ ପଦଗୁଡ଼ିକର ସଂଜ୍ଞା ଲେଖ ।
କୋଣର ଅନ୍ତର୍ଦେଶ, ସନ୍ନିହିତ କୋଣ, ପ୍ରତୀପ କୋଣ, ପରିପୂରକ କୋଣ, ଅନୁପୂରକ କୋଣ ।
ସମାଧାନ:
କୋଣର ଅନ୍ତର୍ଦେଶ:
∠ABC ର BC←→ ର A – ପାର୍ଶ୍ବ AB←→ ର C – ପାର୍ଶ୍ଵର ଛେଦକୁ ∠ABC ର ଅନ୍ତର୍ଦେଶ କୁହାଯାଏ । ∠ABC ର ଅନ୍ତର୍ଦେଶରେ ଥ‌ିବା ପ୍ରତ୍ୟେକ ବିନ୍ଦୁକୁ ∠ABC ର ଅନ୍ତଃସ୍ଥ ବିନ୍ଦୁ କୁହାଯାଏ । ଦତ୍ତ ଚିତ୍ରରେ P, ∠ABC ର ଗୋଟିଏ ଅନ୍ତସ୍ଥ  ବିନ୍ଦୁ ଅଟେ । ଏହିପରି ଅସଂଖ୍ୟ ବିନ୍ଦୁକୁ ନେଇ କୋଣର ଅନ୍ତର୍ଦେଶ ଗଠିତ ।
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 1


ସନ୍ନିହିତ କୋଣ: 
ଦୁଇଟି କୋଣର ଗୋଟିଏ ସାଧାରଣ ବାହୁ ଓ କୋଣଦ୍ୱୟର ଅନ୍ୟ ବାହୁ ଦୁଇଟି ସାଧାରଣ ବାହୁର ବିପରୀତ ପାର୍ଶ୍ବରେ ବିସ୍ତୃତ ହେଲେ, ସେମାନଙ୍କୁ ସନ୍ନିହିତ କୋଣ (Adjacent angles) କୁହାଯାଏ ।
ଦତ୍ତ ଚିତ୍ରରେ ∠PSQ ଓ ∠QSR ସନ୍ନିହିତ ଅଟନ୍ତି ।
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 2


ପ୍ରତୀପ କୋଣ:
ଗୋଟିଏ କୋଣର ବାହୁଦ୍ୱୟର ବିପରୀତ ରଶ୍ମିମାନଙ୍କ ଦ୍ବାରା ଗଠିତ କୋଣକୁ ଉକ୍ତ  କୋଣର ପ୍ରତୀପ କୋଣ (Vertically OppositeAngle) କୁହାଯାଏ । ଦତ୍ତ ଚିତ୍ରରେ ∠BOC ଓ ∠AOD ପରସ୍ପର ପ୍ରତୀପ ଏବଂ ∠AOC ଓ ∠BOD  ପରସ୍ପର ପ୍ରତୀପ ଅଟନ୍ତି ।
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 3


ପରିପୂରକ କୋଣ:
ଗୋଟିଏ ରଶ୍ମିର ଶୀର୍ଷବିନ୍ଦୁ ଅନ୍ୟ ଏକ ରେଖାରେ ଅବସ୍ଥିତ ହେଲେ ଯେଉଁ ଦୁଇଟି ସନ୍ନିହିତ କୋଣ ଉତ୍ପନ୍ନ ହୁଅନ୍ତି, ସେମାନେ ପରସ୍ପର ପରି ପୂରକ (Supplementary angle); ଅର୍ଥାତ୍ ସେମାନଙ୍କର ପରିମାଣର ସମଷ୍ଟି 180° ଅଟେ ।
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 4
ଦତ୍ତ ଚିତ୍ରରେ m∠ACD + m∠BCD = 180° ଅର୍ଥାତ୍ ∠ACD ଓ ∠BCD ପରସ୍ପର ପରିପୂରକ ଅଟନ୍ତି ।


ଅନୁପୂରକ କୋଣ:
 ଦୁଇଟି କୋଣର ପରିମାଣର ସମଷ୍ଟି 90° ହେଲେ ସେମାନଙ୍କୁ ପରସ୍ପର ଅନୁପୂରକ କୋଣ (Complementary angles) କୁହାଯାଏ ।

BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b)

Question 2.
ନିମ୍ନ ପ୍ରଶ୍ନଗୁଡ଼ିକର ଉତ୍ତର ଦିଅ ।
(i) ଗୋଟିଏ କୋଣର କେତୋଟି ବାହୁ ଥାଏ ?
ସମାଧାନ:
ଦୁଇଟି

(ii) ଗୋଟିଏ କୋଣର କେତୋଟି ଶୀର୍ଷବିନ୍ଦୁ ଥାଏ ?
ସମାଧାନ:
ଗୋଟିଏ


(ii) କୋଣର ଅନ୍ତର୍ଦେଶରେ କେତୋଟି ବିନ୍ଦୁ ଥାଏ ?
ସମାଧାନ:
ଅସଂଖ୍ୟ

(iv) କୋଣ ଓ ଏହାର ଅନ୍ତର୍ଦେଶର ଛେଦରେ କେତୋଟି ବିନ୍ଦୁ ଥାଏ ?
ସମାଧାନ:
କୌଣସି ବିନ୍ଦୁ ନଥାଏ

Question 3.
ନିମ୍ନରେ ଦିଆଯାଇଥ‌ିବା ତାଲିକାରୁ କେଉଁଗୁଡ଼ିକ ଉତ୍ତଳ ସେଟ୍ ଦର୍ଶାଅ ।
(i) ରେଖାଖଣ୍ଡ 
(ii) ରଶ୍ମି
(iii) ରେଖା
(iv) କୋଣ
(v) କୋଣର ଅନ୍ତର୍ଦ୍ଦେଶ 
(vi) ସମତଳ
(vii) କୋଣର ବହିର୍ଦେଶ
ସମାଧାନ:
(i) ରେଖାଖଣ୍ଡ 
(ii) ରଶ୍ମି 
(iii) ରେଖା 
(v) କୋଣର ଅନ୍ତଦ୍ଦେଶ ଓ 
(vi) ସମତଳ


Question 4.
ତିନୋଟି ସରଳରେଖା ପରସ୍ପରକୁ ଛେଦକରୁଥିବାର ଏକ ଚିତ୍ର ଅଙ୍କନ କର । ତତ୍ପରେ ଚିତ୍ରକୁ ଦେଖ୍ ପ୍ରତୀପ କୋଣ ।
ସମାଧାନ:
ପ୍ରତୀପ କୋଣ ଯୋଡ଼ା:
(i) ∠EAD ଓ ∠BAC
(ii) ∠EAB ଓ ∠CAD
(iii) ∠FBG ଓ ∠ABC
(iv) ∠FBA ଓ ∠GBC
(v) ∠ICH ଓ ∠ACB
(vi) ∠ACI ଓ ∠BCH
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 5

Question 5.
ଦୁଇଟି ସରଳରେଖା ପରସ୍ପରକୁ ଗୋଟିଏ ବିନ୍ଦୁରେ ଛେଦ କରୁଥ‌ିବାର ଚିତ୍ରଟିଏ ଅଙ୍କନ କର । ତତ୍ପରେ ଚିତ୍ରରୁ ସନ୍ନିହିତ ପରିପୂରକ କୋଣଯୋଡ଼ାଗୁଡ଼ିକୁ ଲେଖ ।
ସମାଧାନ:
(i) ∠AOBର ସନ୍ନିହିତ ପରିପୂରକ ∠AOD
(ii) ∠AOBର ସନ୍ନିହିତ ପରିପୂରକ ∠BOC
(ii) ∠BOCର ସନ୍ନିହିତ ପରିପୂରକ ∠COD
(iv) ∠CODର ସନ୍ନିହିତ ପରିପୂରକ ∠AOD
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 6

BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b)

Question 6.
XY ସରଳରେଖାର ବିପରୀତ ପାର୍ଶ୍ବରେ M ଓ N ବିନ୍ଦୁକୁ ଚିହ୍ନଟ କର । ଅଙ୍କିତ ସରଳରେଖାର N-ପାର୍ଶ୍ଵରେ C ବିନ୍ଦୁ ଏବଂ M-ପାର୍ଶ୍ବରେ B ବିନ୍ଦୁ ଚିହ୍ନଟ କର । ଚିତ୍ର ମାଧ୍ୟମରେ ଦର୍ଶାଅ ଯେ, BM ଓ NC ରେଖାଖଣ୍ଡଦ୍ଵୟ ସରଳରେଖାର ବିପରୀତ ପାର୍ଶ୍ବରେ ରହିବେ ?
ସମାଧାନ:
 (i) XY←→ (ସରଳରେଖା)ର ବିପରୀତ ପାର୍ଶ୍ବରେ M ଓ N ବିନ୍ଦୁ ଚିହ୍ନଟ ହୋଇଛି ।
(ii) ଅଙ୍କିତ ସରଳରେଖାର N ପାର୍ଶ୍ଵରେ C ବିନ୍ଦୁ ଓ M ପାର୍ଶ୍ବରେ B ବିନ୍ଦୁ ଚିହ୍ନଟ ହୋଇଛି ।
(iii) ଚିତ୍ରରୁ ସୁସ୍ପଷ୍ଟ ଯେ, BM¯¯¯¯¯¯¯¯ ଓ NC¯¯¯¯¯¯¯ ରେଖାଖଣ୍ଡଦ୍ଵୟ XY←→ ସରଳରେଖାର ବିପରୀତ ପାର୍ଶ୍ଵରେ ଅଛନ୍ତି ।
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 7

Question 7.
ନିମ୍ନ ପ୍ରଶ୍ନଗୁଡ଼ିକର ଉତ୍ତର ଦିଅ । ଆବଶ୍ୟକସ୍ଥଳେ ଚିତ୍ର ଅଙ୍କନ କର ।
(i) X ବିନ୍ଦୁ AB←→ ଉପରେ ଅବସ୍ଥିତ ନ ହେଲେ ଓ A – O – B ହେଲେ,
m∠XOA + m∠XOB କେତେ ?
ସମାଧାନ:
m∠XOA + m∠XOB = 180°
( ∵ ∠XOA ଏବଂ ∠XOB ସନ୍ନିହିତ ପରିପୂରକ)
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 8

(ii) AB←→ ଓ CD←→ ର ଛେଦବିନ୍ଦୁ O ହେଲେ, ∠AOC ର ପ୍ରତୀପ କୋଣ
କେଉଁଟି ?
ସମାଧାନ:
AB←→ ଓ CD←→ ଦ୍ଵୟର ଛେଦବିନ୍ଦୁ O ।
∠AOC ର ପ୍ରତୀପ କୋଣ ∠BOD ।
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 9

(iii) m∠AOB ର ଅନ୍ତଃସ୍ଥ ବିନ୍ଦୁ m∠AOC = x ଓ m∠AOB = y ହେଲେ, m∠BOC କେତେ ?
ସମାଧାନ:
m∠AOB ର ଏକ ଅନ୍ତଃସ୍ଥ ବିନ୍ଦୁ C NC
m∠AOC = x ଏବଂ m∠AOB = y
∴ m∠BOC = m∠AOB – m∠AOC = y – x
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 10

(iv) ଦୁଇଟି ସରଳରେଖା ପରସ୍ପରକୁ ଛେଦକଲେ ଉତ୍ପନ୍ନ ହେଉଥ‌ିବା କୋଣଗୁଡ଼ିକ ମଧ୍ୟରୁ ଯଦି ଗୋଟିଏ କୋଣର ପରିମାଣ 30° ହୁଏ, ତେବେ ଏହାର ପ୍ରତୀପ କୋଣର ପରିପୂରକ କୋଣର ପରିମାଣ କେତେ ହେବ ?
ସମାଧାନ:
AB←→ ଓ CD←→ ଦ୍ଵୟ ପରସ୍ପରକୁ O ବିନ୍ଦୁରେ ଛେଦ କରନ୍ତି ।
ମନେକର m∠BOC = 30°
m∠BOC = m∠AOD (∵ ପ୍ରତୀପ କୋଣ)
m∠AOD ର ପରିପୂରକ କୋଣର ପରିମାଣ = 180° – 30° = 150° (∵ ପରିପୂରକ କୋଣଦ୍ଵୟର ସମଷ୍ଟି 180° ।)
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 11

BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b)

Question 8.
(i) m∠AOB = x ଓ∠AOB ର ଅନୁପୂରକ କୋଣର ପରିମାଣ 2x° ହେଲେ xର ମାନ ଡିଗ୍ରୀରେ ପ୍ରକାଶ କର ।
ସମାଧାନ:
m∠AOB = x
m∠AOB କୋଣର ଅନୁପୂରକ କୋଣର ପରିମାଣ = 2x
⇒ ପ୍ରଶ୍ନନୁସାରେ, 90°- x = 2x
⇒ 2x + x = 90°
⇒ 3x = 90°
⇒ x = 90∘3 = 30°

(ii) ଗୋଟିଏ କୋଣର ପରିମାଣ, ଏହାର ପରିପୂରକ କୋଣର ପରିମାଣର ଦୁଇଗୁଣରୁ 18° ଅଧିକ ହେଲେ, କୋଣଟିର ପରିମାଣ କେତେ ନିର୍ଣ୍ଣୟ କର ।
ସମାଧାନ:
ମନେକର କୋଣ ଦ୍ଵୟର ପରିମାଣ ଯଥାକ୍ରମେ θ ଏବଂ 2θ + 18° ।
ପ୍ରଶ୍ନନୁସାରେ କୌଣଦ୍ଵୟ ପରସ୍ପର ପରିପୂରକ । ଅର୍ଥାତ୍ θ + 2θ + 18° = 180°
⇒ 3θ = 180° – 18° = 162°
⇒ θ = 1623 = 54°
∴ ନିଶ୍ଚେୟ କୋଣର ପରିମାଣ = 2θ + 18° = 2 × 54 + 18 = 108 + 18 = 126°
ବିକଳ୍ପ ପ୍ରଣାଳୀ:
ମନେକର କୋଣଟିର ପରିମାଣ θ । ଏହାର ପରିପୂରକ କୋଣର ପରିମାଣ (180 – θ°) ।
ପ୍ରଶ୍ନନୁସାରେ θ = 2(180°- θ) + 18°
⇒ θ = 360° – 2θ + 18°
⇒ 3θ = 378°
⇒ θ = 3783 = 126°

(iii) ଗୋଟିଏ କୋଣର ପରିମାଣ ତାହାର ପରିପୂରକ କୋଣର ପରିମାଣର ଏକପଞ୍ଚମାଂଶ ହେଲେ କୋଣଟିର ପରିମାଣ ସ୍ଥିର କର ।
ସମାଧାନ:
ମନେକର କୋଣଦ୍ଵୟର ପରିମାଣ θ ଏବଂ θ5 ।
ପ୍ରଶାନୁସାରେ, କୋଣଦ୍ଵୟ ପରସ୍ପର ପରିପୂରକ ।
⇒ θ + θ5 = 180° 
⇒ 5θ+θ5 = 180°
⇒ 6θ = 180° × 5
⇒ 180∘×56 = 150°
∴ ନିଶ୍ଚେୟ କୋଣର ପରିମାଣ = θ5 = 150∘5 = 30°
ବିକଳ୍ପ ପ୍ରଣାଳୀ:
ମନେକର କୋଣଟିର ପରିମାଣ θ । ଏହାର ପରିପୂରକ କୋଣର ପରିମାଣ (180 – θ°)
ପ୍ରଶ୍ନନୁସାରେ θ = 180∘−θ5 
⇒ 5θ = 180° – θ
⇒ 6θ = 180°
⇒ θ = 30°

(iv) ଦୁଇଟି ସନ୍ନିହିତ ପରିପୂରକ କୋଣର ପରିମାଣର ଅନୁପାତ 4 : 5 ହେଲେ, କୋଣଦ୍ୱୟର ପରିମାଣ ନିର୍ଣ୍ଣୟ କର ।
ସମାଧାନ:
ମନେକର ସନ୍ନିହିତ ପରିପୂରକ କୋଣଦ୍ୱୟର ପରିମାଣ ଯଥାକ୍ରମେ 4θ ଓ 5θ ।
ପ୍ରଶ୍ନନୁସାରେ, 4θ + 5θ = 180° 
9θ = 180° 
θ = 1809 = 20°
∴ 4θ = 4 × 20° = 80° ଓ 5θ = 5 × 20° = 100°
∴ ନିର୍ଦେୟ କୋଣଦ୍ଵୟର ପରିମାଣ ଯଥାକ୍ରମେ 80° ଓ 100° ।

(v) ଗୋଟିଏ କୋଣର ପରିମାଣ, ତାହାର ପରିପୂରକ କୋଣର ପରିମାଣଠାରୁ 20° କମ୍ ହେଲେ, କୋଣଟିର ପରିମାଣ ନିର୍ଣ୍ଣୟ କର ।
ସମାଧାନ:
ମନେକର କୋଣଦ୍ଵୟର ପରିମାଣ ଯଥାକ୍ରମେ θ ଓ θ – 20° ।
ପ୍ରଶ୍ନନୁସାରେ, କୋଣଦ୍ୱୟ ପରସ୍ପର ପରିପୂରକ ।
⇒ θ + θ – 20° = 180°
⇒ 20 = 180° + 20°
⇒ θ = 2002 = 100°
∴ ନିଶ୍ଚେୟ କୋଣର ପରିମାଣ = θ – 20° = 100° – 20° = 80°

(vi) ଦୁଇଟି ସନ୍ନିହିତ ପରିପୂରକ କୋଣର ପରିମାଣର ଅନ୍ତର 30° ହେଲେ କୋଣଦ୍ୱୟର ପରିମାଣ ସ୍ଥିର କର ।
ସମାଧାନ:
ମନେକର କୋଣଦ୍ବୟର ପରିମାଣ ଯଥାକ୍ରମେ θ ଓ θ + 30° ।
θ + θ + 30° = 180°
⇒  2θ + 30° = 180°
⇒ 2θ = 180° – 30°
⇒ θ = 1502 = 75°
∴ ବୃହତ୍ତର ପରିମାଣ ବିଶିଷ୍ଟ କୋଣର ପରିମାଣ = θ + 30° = 75° + 30° = 105° ।

(vii) ଗୋଟିଏ କୋଣର ପରିମାଣ ତାହାର ଅନୁପୂରକ କୋଣ ପରିମାଣର ଏକ-ପଞ୍ଚମାଂଶ ହେଲେ, କୋଣଟିର ପରିମାଣ ନିର୍ଣ୍ଣୟ କର ।
ସମାଧାନ: 
ମନେକର କୋଣଟିର ପରିମାଣ x° ।
ଏହାର ଅନୁପୂରକ କୋଣର ପରିମାଣ (90 – x°) ।
ପ୍ରଶ୍ନନୁସାରେ, x = 90−x5
⇒ 5x = 90 − x
6x = 90
⇒ x = 906 = 15°
∴ କୋଣଟିର ପରିମାଣ 15° ।

BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b)

Question 9.
ନିମ୍ନସ୍ଥ ଚିତ୍ରଗୁଡ଼ିକ ଅନୁସାରେ x ର ମାନ କେତେ ହେବ ସ୍ଥିର କର ।
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 12
ସମାଧାନ:
(i) ଚିତ୍ର (କ) ରେ ∠AOC ଓ ∠BOC ଦ୍ବୟ ସନ୍ନିହିତ ପରିପୂରକ ହେତୁ m∠AOC + m∠BOC = 180°
⇒ 3x + 2x = 180
⇒ 5x = 180
⇒ x = 1805 = 36
∴ x = 36°

(ii) ଚିତ୍ର (ଖ) ରେ ∠PRS ଓ ∠ORS ଦ୍ବୟ ସନ୍ନିହିତ ପରିପୂରକ ହେତୁ m∠PRS + m∠QRS = 180°
(x – 4) + (3x + 8) = 180
⇒ 4x + 4 = 180
⇒ 4x = 180 – 4
⇒ x = 1764 = 44
∴ x = 44°

(iii) ଚିତ୍ର (ଗ) ରେ m∠MOP + m∠POQ + m∠QON = 180°
⇒ (x + 20) + (2x – 30) + (x + 10) = 180°
⇒ 4x = 180°
⇒ x = 1804 = 45°
∴ x = 45°

Question 10.
ଦତ୍ତ ଚିତ୍ରରେ AB←→ ଓ CD←→ ସରଳରେଖାଦ୍ଵୟ ପରସ୍ପରକୁ O ବିନ୍ଦୁରେ ଛେଦ କରନ୍ତି ।
m∠COE = 90° ହେଲେ x, Y ଓ z ର ମାନ ନିର୍ଣ୍ଣୟ କର ।
ସମାଧାନ:
m∠AOC = m∠BOD (ପ୍ରତୀପ) ⇒ 2x = y
ସେହିପରି m∠AOD = m∠BOC (ପ୍ରତୀପ)
⇒ z = 90° + x (∴ m∠COE = 90°)
 m∠AOC + m∠AOD = 180°
⇒ 2x + 90° + x = 180°
⇒ 3x = 90°
⇒ x = 30° (∵ m∠AOD = 90° + x)
y = 2x = 2 × 30° = 60°,
z = 90° + x = 90° + 30° = 120°
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 13

Question 11.
ଦତ୍ତ ଚିତ୍ରରେ PQ←→ ଓ RS←→ ଦ୍ବୟର ଛେଦବିନ୍ଦୁ O ଓ m∠POC = 75° ହେଲେ, a, b ଏବଂ c ର ମାନ ନିର୍ଣ୍ଣୟ କର ।
ସମାଧାନ:
∠ROP ଓ ∠POS ସନ୍ନିହିତ ପରିପୂରକ ହେତୁ,
m∠ROP + m∠POS = 180°
⇒ m∠ROP + m∠POC + m∠COS = 180°
⇒ 4b + 75° + b = 180°
⇒ 5b + 75° = 180°
⇒ 5b = 180° – 75° = 105°
⇒ b = 1055 = 21°
m∠QOS = m∠ROP (ପ୍ରତୀପ କୋଣ) 
⇒ a = 4b = b × 21 = 84°
∠ROQ ଓ ∠QOS  m∠ROQ + m∠QOS = 180°
⇒ 2c + a = 180°
⇒ 2c + 84° = 180°
⇒ 2c = 180° – 84° = 96°
∴ c = 96°2 =48°
∴ a = 84°, b = 21°, c = 48°
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 14

BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b)

Question 12.
ପ୍ରମାଣ କର ଯେ, ଦୁଇଟି ପ୍ରତୀପ କୋଣର ସମଦ୍ବିଖଣ୍ଡକ ଏକ ସରଳରେଖା ଉପରିସ୍ଥ ଦୁଇଟି ବିପରୀତ ରଶ୍ମି ହେବେ । 
ସମାଧାନ:
 ଦତ୍ତ : AB←→ ଓ CD←→ ରେଖାଦ୍ବୟର ଛେଦବିନ୍ଦୁ O ।
OM−→− ଏବଂ ON−→− ଯଥାକ୍ରମେ ∠AOC ଓ ∠BOD ର ସମଦ୍ବିଖଣ୍ଡକ ।
ପ୍ରାମାଣ୍ୟ : OM−→− ଏବଂ ON−→− ବିପରୀତ ରଶ୍ମି ଅଟନ୍ତି ।
ପ୍ରାମାଣ୍ :  m∠AOC + m∠AOD = 180°
⇒ 12m∠AOC + 12m∠AOC + m∠AOD = 180°
(∵ m∠AOC = 12m∠AOC + 12m∠AOC)
12m∠AOC + 12m∠BOD + m∠AOD = 180°
m∠AOM + m∠DON + m∠AOD = 180°
m∠AOM + m∠AON = 180°
OM−→− ଓ ON−→− ବିପରୀତ ରଶ୍ମି ଅଟନ୍ତି । 
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 15 (ପ୍ରମାଣିତ)

Question 13.
ପ୍ରମାଣ କର ଯେ, ଦୁଇଟି ସନ୍ନିହିତ ପରିପୂରକ କୋଣର ସମଦ୍ବିଖଣ୍ଡକ ରଶ୍ମିଦ୍ବୟ ପରସ୍ପର ପ୍ରତି ଲମ୍ବ ।
ସମାଧାନ:
ଦତ୍ତ : ∠AOC ଓ ∠BOC ସନ୍ନିହିତ ପରିପୂରକ ।
OM ଓ ON ଯଥାକ୍ରମେ ∠BOC ଏବଂ ∠AOC ର ସମଦ୍ବିଖଣ୍ଡକ ।
ପ୍ରାମାଣ୍ୟ : OM−→−⊥ON−→− ଅର୍ଥାତ୍ m∠MON = 90°
ପ୍ରମାଣ : ∠AOC ଓ ∠BOC ସନ୍ନିହିତ ପରିପୂରକ ।
⇒ m∠AOC +m∠BOC = 180°
⇒ 12m∠AOC + 12m∠BOC = 12 × 180°
⇒ m∠CON + m∠COM = 90° (∵ OM−→−, ∠BOC ର ଏବଂ ON−→−, ∠AOC ର ସମଦ୍ବିଖଣ୍ଡକ)
⇒ m∠MON = 90°
∴ OM−→−⊥ON−→−
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 16 (ପ୍ରମାଣିତ)

Question 14.
ପାର୍ଶ୍ୱସ୍ଥ ଚିତ୍ରରେ ∠AOE ଏବଂ ∠EOB ଦୁଇଟି ସନ୍ନିହିତ ପରିପୂରକ କୋଣ ଓ OC−→−, ∠AOC କୁ ସମଦ୍ବିଖଣ୍ଡ କରେ ।
m∠COD = 90° ହେଲେ ଦର୍ଶାଅ ଯେ, OD−→−, ∠EOB ର ସମଦ୍ବିଖଣ୍ଡକ ହେବ ।
ସମାଧାନ:
ଦତ୍ତ : ∠AOE ଏବଂ ∠EOB ସନ୍ନିହିତ ପରିପୂରକ ।
OC−→−, ∠AOE କୁ ସମର୍ଦ୍ଦିଖଣ୍ଡ କରେ ଏବଂ m∠COD = 90° ।
ପ୍ରାମାଣ୍ୟ : OD−→−, ∠EOB ର ସମଦ୍ବିଖଣ୍ଡକ ।
ପ୍ରମାଣ : ∠AOE ଏବଂ ∠EOB ସନ୍ନିହିତ ପରିପୂରକ ।
⇒ m∠AOE + m∠EOB = 180°
⇒ 12m∠AOE + 12∠EOB = 90°
⇒ m∠COE + 12m∠EOB = 90° … (i)
କିନ୍ତୁ mZCOD = 90° (ଦତ୍ତ)
∴ m∠COE + m∠EOD = 90° … (ii)
⇒ (i) ଓ (ii) ରୁ m∠COE + 12m∠EOB = m∠COE + m∠EOD
⇒ 12m∠EOB = m∠EOD
⇒ OD−→−, ∠EOB ର ସମଦ୍ବିଖଣ୍ଡକ । 
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 17 (ପ୍ରମାଣିତ)

BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b)

Question 15.
AB←→ ଓ CD←→ ପରସ୍ପରକୁ O ବିନ୍ଦୁରେ ଛେଦ କରନ୍ତି । m∠AOC ର ସମଦ୍ବିଖଣ୍ଡକ OX−→− । ପ୍ରମାଣ କର ଯେ, XO←→ କୋଣ BOD କୁ ସମର୍ଦ୍ଦିଖଣ୍ଡ କରେ ।
ସମାଧାନ:
ଦତ୍ତ : AB←→ ଓ CD←→ ପରସ୍ପରକୁ ଠ ବିନ୍ଦୁରେ ଛେଦ କରନ୍ତି ।
OX−→−, ∠AOC ର ସମଦ୍ବିଖଣ୍ଡକ ।
OX−→− ର ବିପରୀତ ରଶ୍ମି OY−→− ।
ପ୍ରାମାଣ୍ୟ : OY−→−, ZBOD ର ସମଦ୍ବିଖଣ୍ଡକ ।
ପ୍ରମାଣ : OX−→− ର ବିପରୀତ ରଶ୍ମି OY ହେତୁ ଏକ ସରଳରେଖା XY←→
ଏବଂ AB←→ ପରସ୍ପରକୁ ଠ ବିନ୍ଦୁରେ ଛେଦ କରନ୍ତି । 
⇒ m∠AOX = m∠BOY (ପ୍ରତୀପ କୋଣ)
ପୁନଶ୍ଚ, XY←→ ଏବଂ CD←→ ପରସ୍ପରକୁ ଠ ବିନ୍ଦୁରେ ଛେଦ କରନ୍ତି । 
⇒ m∠XOC = m∠YOD (ପ୍ରତୀପ କୋଣ)
OX−→−, ∠AOC ର ସମଦ୍ବିଖଣ୍ଡକ।
⇒ m∠A0X = m∠XOC
⇒ m∠BOY = m∠YOD (∵ ∠AOX = ∠BOY ଏବଂ ∠XOC = ∠YOD)
∴ OY−→−, ∠BOD ର ସମଦ୍ବିଖଣ୍ଡକ ।
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 18 (ପ୍ରମାଣିତ)

Question 16.
OA−→−, OB−→−, OC−→− ଏକ ସମତଳରେ ଅବସ୍ଥିତ ରଶି । କୌଣସି ରଶି ଅନ୍ୟ ରଶି ଦଇଟି ଦାରା ଗଠିତ କୋଣର ଅନ୍ତର୍ଦେଶରେ ବିସ୍ତୃତ ନୁହେଁ । ପ୍ରମାଣ କର ଯେ, m∠AOB + m∠BOC + m∠COA =360°
ସମାଧାନ:
ଦତ୍ତ : OA−→−, OB−→− ଓ OC−→− , O ବିନ୍ଦୁଗାମୀ ତିନୋଟି ଭିନ୍ନ ଭିନ୍ନ ରଶ୍ମି ।
ପ୍ରାମାଣ୍ୟ : m∠AOB + m∠BOC + m∠AOC = 360°
ଅଙ୍କନ : OA−→− ର ବିପରୀତ ରଶ୍ମି OD−→− ଏବଂ OB−→− ର ବିପରୀତ ରଶ୍ମି OE−→− ଅଙ୍କନ କର ।
ପ୍ରମାଣ : m∠AOE +m∠EOD = 180° (ସନ୍ନିହିତ ପରିପୂରକ କୋଣ)
⇒ m∠AOE + m∠EOC + m∠COD = 180° … (i)
[∵ m∠EOD = m∠EOC + m∠COD]
ସେହିପରି m∠AOB + m∠BOD = 180° (ସନ୍ନିହିତ ପରିପୂରକ କୋଣ) … (ii) 
ସମୀକରଣ (i) ଓ (ii)କୁ ଯୋଗକଲେ,
m∠AOE + m∠EOC + m∠COD + m∠AOB + m∠BOD = 180° + 180°
⇒ m∠AOB + (m∠BOD + m∠DOC) + (m∠AOE + m∠EOC) = 360°
⇒ m∠AOB + m∠BOC + m∠COA = 360°
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 19  (ପ୍ରମାଣିତ)

Question 17.
ପାର୍ଶ୍ୱସ୍ଥ ଚିତ୍ରରେ OE−→−, ∠AOB ର ସମଦ୍ବିଖଣ୍ଡକ ରଶ୍ମି । OF−→, OE−→− ର ବିପରୀତ ରଶ୍ମି ହେଲେ, ଦର୍ଶାଅ ଯେ,
m∠BOF = m∠AOF l
ସମାଧାନ:
ଦତ୍ତ : OE−→−, ∠AOB ର ସମର୍ଦ୍ଦିଖଣ୍ଡକ । OF−→ ର ବିପରୀତ ରଶ୍ମି OE−→− l
ପ୍ରାମାଣ୍ୟ : m∠BOF=m∠AOF
ପ୍ରମାଣ : ∠BOF ଏବଂ ∠BOE ସନ୍ନିହିତ ପରିପୂରକ ।
⇒ m∠BOF + m∠BOE = 180° … (i)
ପୁନଶ୍ଚ, ∠AOF ଏବଂ ∠AOE ସନ୍ନିହିତ ପରିପୂରକ ।
⇒ m∠AOF + m∠AOE = 180° … (ii)
⇒ (i) ଓ (ii) ରୁ m∠BOF + m∠BOE = m∠AOF + m∠AOE
⇒ m∠BOF = m∠AOF (∵OE−→−, ∠AOB ର ସମଦ୍ବିଖଣ୍ଡକ)
BSE Odisha 9th Class Maths Solutions Geometry Chapter 1 ରେଖା ଓ କୋଣ Ex 1(b) 20  (ପ୍ରମାଣିତ)



No comments:

Post a Comment

ANANTA COACHING CENTRE

ANANTA COACHING CENTRE

A Coaching Centre for Class 1 to +3 Both English and Odia Medium BSE Odisha, CBSE, ICSE Board Exam Preparation.

🏫 Location:

  • 📍 Address: At- Purana, Post- Thalasada, PS- Soro, Dist- Baleswar, State- Odisha, Country- India

📞 Contact Us:

  • 📱 Phone: +91 8280607556
  • 📧 Email: anantacoachingcentre@gmail.com

Read More
ANANTA COACHING CENTRE